ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଭୁବନେଶ୍ୱର ପଟିଆ ସ୍ଥିତ ରାଜା ମଧୁସୂଦନ ଦେବ ଡିଗ୍ରୀ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବକୁ ବାଣିଜ୍ୟ ବିଭାଗ ଦ୍ୱାରା ଆୟୋଜିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ଯୋଗଦେଇଥିଲା ବେଳେ ରାଜନୀତି ବିଜ୍ଞାନର ଅଧ୍ୟାପକ ପ୍ରବୀଣ ସାହୁ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ବାଣିଜ୍ୟ ବିଭାଗ ପକ୍ଷରୁ ସାସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହା ସହ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ କରାଯାଇଥିଲା । ଏହି କାର୍ଯକ୍ରମକୁ ବାଣିଜ୍ୟ ବିଭାଗର ଆକାଶ ସାହୁ, ସିଦ୍ଧାର୍ଥ ମହାନ୍ତି, ପ୍ରଭୁଦତ୍ତ ସାହୁ, ହରିଅମ ସାହୁ, ସୁଭଜୀତ ପଟ୍ଟନାୟକ ମଞ୍ଚ ପରିଚାଳନା କରିଥିଲେ । ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।