ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା କାରଣରୁ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ଯୋଗାଯୋଗ ମଧ୍ୟ ବିଛିନ୍ନ ହୋଇଛି । ଅନ୍ୟପଟେ ଉତ୍ତର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିବା ସହ ୧୪ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଲଘୁଚାପ ଅବପାତର କେନ୍ଦ୍ରୀବିନ୍ଦୁ ଉତ୍ତର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର ହୋଇଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ଯାହାର କାରଣରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବା ସହ ବିଭିନ୍ନ ନଦୀର ଜଳ ସ୍ଥର ବଢିବ । ଏହି ସମୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ବରଗଡ, ସୋନପୁର, ଅନୁଗୁଳ, ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ପରିମାଣର ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣ ଜାରି କରାଯାଇଛି । ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ବୌଦ୍ଧରେ ବର୍ଷା ଆଶଙ୍କା ନେଇ ସେଠାରେ ୟେଲୋ ଓ୍ୱାର୍ଣ୍ଣିଂ ଦ୍ବାରା ସତର୍କ କରାଯାଇଛି । ଏହା ସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024