ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ ଆହୁରି ବଢିବ ଶୀତ । ୭ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଶୀତର ପ୍ରକୋପ ଜାରି ରହିବ । ଆସନ୍ତା ୨ ଦିନ ମଧ୍ୟରେ ରାତିର ତାପମାତ୍ରା ୩ ରୁ ୪ ଡିଗ୍ରୀ କମିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ।
୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ , ଝାରସୁଗୁଡା , ଦେବଗଡ , କେନ୍ଦୁଝର , ମୟୂରଭଞ୍ଜ ଳ କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଶୀତର ପ୍ରକୋପ ବଢିବ ବୋଲି ସୂଚନା ଦିଆଯାଇଛି । ସେହିପରି ୯ ତାରିଖ ପର୍ଯ୍ୟନ୍ତ ଶୀତର ପ୍ରକୋପ ଜାରି ରହିବ ।୧୦ ତାରିଖ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ହେବ ବୋଲି ରେକର୍ଡ କରାଯାଇଛି ।
ଜି ଉଦୟଗିରି ରେ ୪.୫ ଡିଗ୍ରୀ ସେଲସିୟସ ରହିଥିବା ବେଳେ ଫୁଲବାଣୀରେ ୩୨.୧ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ରାତି ଓ ଦିନର ତାପମାତ୍ରା ବଢିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।