ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ ଜାରି ରହିଛି ବର୍ଷା । ଏହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଝାଡସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ କେରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଉକ୍ତ ଜିଲ୍ଲା ଗୁଡିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ରାଜ୍ୟରେ ଆଜି ସର୍ବାଧିକ ୩୬ ଡିଗ୍ରୀ ତପମାତ୍ରା ସୁନ୍ଦରଗଡ ଜିଲ୍ଲାରେ ରେକର୍ଡ କରାଯାଇଛି ।
ସେହିପରି ଭୁବନେଶ୍ୱରରେ ୩୦.୭ ଡିଗ୍ରୀ ଓ କଟକରେ ୩୨. ୨ ଡିଗ୍ରୀ ତାପମାତ୍ରା ଆଞ୍ଚିଳକ ପାଣିପାଗ ବିଭାଗ ପକ୍ଷରୁ ରେକର୍ଡ କରାଯାଇଛି । ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ମୌସୁମୀ ସକ୍ରିୟ ରହିଥିବାରୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି ।