ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅସମ୍ଭାଳ ତାତି । ଡହଡହ ଖରା ସାଙ୍ଗକୁ ପ୍ରବଳ ଗରମରେ ସିଜୁଛନ୍ତି ରାଜ୍ୟବାସୀ । ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଗତକିଛି ଦିନ ହେବ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି । ଏପରିକି କିଛି ସହରର ତାପମାତ୍ରା ୪୪ ଡିଗ୍ରୀ ଟପିଲାଣି । ଦିନ ୯ଟା ପରେ ଘରୁ ବାହାରକୁ ବାହାରିବା କଷ୍ଟକର ହୋଇ ପଡୁଛି ।
ଗତକାଲି ରାଜ୍ୟର ପ୍ରାୟ ୨୦ଟି ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଛି । ସୋନପୁରରେ ସର୍ବାଧିକ ତାତି ରେକର୍ଡ କରାଯିବା ସହ ଏହା ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା । ସୋନପୁରରେ ସର୍ବାଧିକ ୪୪.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।