ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୨ ତାରିଖ ସୁଦ୍ଧା ଏହା ଅବପାତରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତା ୨୨ ତାରିଖରେ ଏହା ଅବପାତର ରୂପ ନେବା ପରେ ସମ୍ଭାବ୍ୟ ବାତ୍ୟା ନେଇ ଚିତ୍ର ସ୍ପଷ୍ଟ ହେବ । ବାତ୍ୟାର ଗତିପଥ ନେଇ କୌଣସି ଚିତ୍ର ସ୍ପଷ୍ଟ ହୋଇନାହିଁ । କେଉଁ ଦିଗରେ ଗତି କରିବ? ପବନର ବେଗ କେତେ ରହିବ? କେଉଁଠି ଲ୍ୟାଣ୍ଡଫଲ କରିବ? ତାହା ସ୍ପଷ୍ଟ ହୋଇନାହିଁ ।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ ବର୍ଷା ହେବ । ଏହି ସମୟରେ ଘଣ୍ଟା ପ୍ରତି ୪୫ରୁ ୫୫କିମି ଏବଂ ଝଟକା ପବନର ବେଗ ୬୫ କିଲୋମିଟର ପର୍ୟ୍ୟନ୍ତ ଯାଇପାରେ ।