ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୪ ତାରିଖରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୫ ରୁ ବିସ୍ତୃତ ଅଞ୍ଚଳରେ ୍ରପବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆଗାମୀ ୫ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାଫଳରେ ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ହେବାର ସମ୍ଭାବନା ଥିବାରୁ ଏହାକୁ ମୁକାବିଲା କରିବା ପାଇଁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ପ୍ରସ୍ତୁତ ରହିବା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶ ଦେଇଛନ୍ତି ।