ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୮ରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତି ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ହେବ ବର୍ଷା । ଭିଜିବ ସାରା ଓଡିଶା । ବିଶେଷ କରି ଆସନ୍ତା ୧୭ ତାରିଖରୁ ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।