ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଲଘୁଚାପ ପରେ ଲଘୁଚାପ । ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୫ ରୁ ୩୧ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା ।
ଅନ୍ୟପଟେ ଆଜି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଏବଂ ୧୧ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।