ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ ପ୍ରବଳ ଗରମ ଅନୁଭୂତ ହେଉଥିବା ବେଳେ ଆସନ୍ତାକାଲିଠୁ ରାଜ୍ୟରେ ବଦଳିପାରେ ପାଗ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨ ତାରିଖରୁ ହେବ ବର୍ଷା । ୪ ତାରିଖରୁ ବଢିବ ବର୍ଷାର ପରିମାଣ ଓ ବିସ୍ତୃତି ।
ପ୍ରବଳ ବର୍ଷା ନେଇ କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡି, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ବାଲେଶ୍ୱର, ନବରଙ୍ଗପୁର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭୦ରୁ ୧୧୦ମିଲିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ହୋଇପାରେ ।