ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଅସହ୍ୟ ତାତିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ । ତାତିରୁ ମିଳୁନି ତ୍ରାହି । ରଜ୍ୟର ଅନେକ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ । କିନ୍ତୁ ଆସନ୍ତାକାଲି ଅର୍ଥାତ ଏପ୍ରିଲ ୩ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ । ରାଜ୍ୟରେ ୩ ରୁ ୪ ତାରିଖ ମଧ୍ୟରେ ତାପମାତ୍ରା ହ୍ରାସ ପାଇବ ଏବଂ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଏପ୍ରିଲ ୩ ତାରିଖରେ ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦ୍ରାପଡା, ରାୟଗଡା, ଗଜପତି ଓ କୋରାପୁଟ ଆଦି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ଏପ୍ରିଲ ୪ ତାରିଖରେ ଉତ୍ତର ଓଡିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ଓ କେନ୍ଦୁଝର ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।