ଭୁବନେଶ୍ୱର (ଏଟିଆର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାନେଇ ରାଜ୍ୟ ସରକାର ପୂର୍ବ ପ୍ରସ୍ତୁତି ଆରମ୍ଭ କରିଦେବା ସହ ଅପରାହ୍ନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଇଛନ୍ତି । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ , ଏସଆରସି ଏବଂ ସତର୍କ କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ରହିବେ ।
ସେହିପରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୨ ତାରିଖ ସୁଦ୍ଧା ଏହା ଅବପାତରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।