ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ତାପମାତ୍ରା ବଢିବାରେ ଲାଗିଛି । ସୂର୍ଯ୍ୟଙ୍କ ପ୍ରଖର କିରଣ ପାଇଁ ବୃଦ୍ଧି ହେଉଛି ତାପମାତ୍ରା । ଅସହ୍ୟ ତାତି ସାଙ୍ଗକୁ ପ୍ରବଳ ଗୁଳୁଗୁଳିରେ କଲବଲ ଲୋକେ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଆଜି ଆଭ୍ୟନ୍ତରୀଣ ଓଡିଶାର ୫ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଗତକାଲି ରାଜ୍ୟର ୧୮ ସହରର ତାପମାତ୍ରା ୪୦ ଡିଗ୍ରୀ ପାର୍ କରିଥିଲା । ଆସନ୍ତା ୨୨ ତାରିଖ ଯାଏଁ ଏଭଳି ପାଗ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏହାସହିତ ଦିନ ୧୧ ଟାରୁ ଅପରାହ୍ନ ୩ଟା ଯାଏଁ ପିକ୍ ପାୱର ଘୋଷଣା ହୋଇଛି । ଏହି ସମୟରେ କୌଣସି ଜରୁରୀ କାମ ନଥିଲେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।