ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବାତ୍ୟା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପାଗ ମେଘୁଆ ରହିଥିଲେ ବି ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଥିଲା । ସେହିପରି ଆସନ୍ତା ୧୪ ତାରିଖରୁ ରାଜ୍ୟରେ ୨ ରୁ ୪ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ପାଇବ । ଯାହା ଫଳରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ଏହାସହିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ୧୫ ତାରିଖରେ ୪ ଜିଲ୍ଲା ଏବଂ ୧୬ ତାରିଖରେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।