ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ ଅସହ୍ୟ ତାତି ଅନୁଭୂତ ହେଉଥିବା ବେଳେ ଆଗକୁ ତାତି ଆହୁରି ବଢିବ । ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବାର ସମ୍ଭାବନା ରହିଛି । ଏପରିକି କିଛି କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଛି ।
ସେପଟେ ଆସନ୍ତା ୧୬ ରୁ ୨୦ ଯାଏଁ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁ କହିଛନ୍ତି ।