ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଜଳୁଛି ସହର । ଆକାଶରୁ ବର୍ଷୁଛି ଅଗ୍ନି ପିଣ୍ଡୁଳା । ଅସହ୍ୟ ତାତିରେ କଲବଲ ରାଜ୍ୟବାସୀ । ରାଜ୍ୟରେ ଉପରମୁହାଁ ପାରଦ । ସକାଳୁ ଆରମ୍ଭ ହୋଇଯାଉଛି ଖରାର ପ୍ରକୋପ । ରାଜ୍ୟରେ ଆଜିଠୁ ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମକୋପ । ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୨ ରୁ ୪ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଆସନ୍ତା ୫ ଦିନ ଯାଏଁ ତାପମାତ୍ରା ସ୍ୱଭାବିକଠୁ ୩ ରୁ ୫ ଡିଗ୍ରୀ ସେଲସିୟସ ରହିପାରେ ।
ସେପଟେ ପାଣିପାଗ ବିଭାଗ ପକ୍ଷରୁ ହିଟୱେଭ ୱାର୍ଣ୍ଣିଂ ଜାରି କରାଯାଇଛି । ଗ୍ରୀଷ୍ମ ପ୍ରବାହ ପାଇଁ ଆଜି ଅଧା ଓଡିଶା ତଥା ୧୬ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।