ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୮ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ବର୍ଷା ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ରହିବ । ଏହାସହିତ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ବ୍ରଜପାତର ସମ୍ଭାବନା ମଧ୍ୟ ରହିଛି ।
ଅନ୍ୟପଟେ ଏପ୍ରିଲ ୨ ରେ ସକ୍ରିୟ ହେବ ପଶ୍ଚିମା ଝଡ । ଏହାର ପ୍ରଭାବ କେତେ ମାତ୍ରାରେ ରହିବ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ ।