ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ନିମ୍ନ ମୌସୁମୀ ଚାପରେଖା । ଏହା ବାଲେଶ୍ୱର ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହି ୫ ଜିଲ୍ଲା ମଧ୍ୟରେ ରହିଛି ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ରାୟଗଡା ଏବଂ କନ୍ଧମାଳ । ଏଠାରେ ୭୦ ରୁ ୧୧୦ ମିଲିମିଟର ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି ।