ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଆସନ୍ତା ୪ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ବର୍ଷା ସାଙ୍ଗକୁ କିଛି ସ୍ଥାନରେ ୪୦ ରୁ ୫୦ କିମି ବେଗରେ ପବନ ବହିବ ।
ଆଜି ପ୍ରବଳ ବର୍ଷା ନେଇ ନୂଆପଡା, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ଉପକୂଳ-ଆଭ୍ୟନ୍ତରୀଣ ଓଡିଶାର ୧୧ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।