ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ବର୍ଷା । ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନ ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୬ ଓ ୧୭ ତାରିଖରେ ବର୍ଷାର ପରିମାଣ ବଢିବ ।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ମୌସୁମୀ । ଆଜି ସକାଳ ୮.୩୦ ସୁଧା କଟକ ସହରରେ ୪୧.୮ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଭୁବନେଶ୍ୱରରେ ୧୪.୭ ମିମି ବର୍ଷା ,ପାରାଦୀପରେ ସର୍ବାଧିକ ୧୦୫ ମିମି ବର୍ଷା , ପୁରୀରେ ୮୬.୬ ମିମି, ଢେଙ୍କାନାଳରେ ୭୦ ମିମି ବର୍ଷା ରେକର୍ଡ ହୋଇଛି ।