ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଶୁକ୍ରବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଶନିବାର ଏହା ଲଘୁଚାପରେ ପରିଣତ ହୋଇ ଅଧିକ ଘନୀଭୂତ ହେବ । ଏହାର ପ୍ରଭାବରେ ଅକ୍ଟୋବର ୧ ରୁ ୩ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ପୂର୍ବାନୁମାନ କରିଛି ।
ସେହିପରି ରାଜ୍ୟରେ ୨୮ ତାରିଖରୁ ବର୍ଷା ଆରମ୍ଭ ହୋଇଯିବ । ୧ ତାରିଖରେ ପଶ୍ଚିମ ଓ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।