ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଗଭୀର ଅବପାତର ରୂପ ନେବାପରେ ବାଂଲାଦେଶ ଉପକୂଳ ଅତିକ୍ରମ କରିଛି ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ବର୍ଷା ସାଙ୍ଗକୁ ୫୫ ରୁ ୬୫ କିମି ବେଗରେ ପବନ ମଧ୍ୟ ବହୁଛି ।
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଓ ଆଉ କିଛି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ ଓ ସମ୍ବଲପୁରରେ ଅତିଭୀଷଣ ବର୍ଷା ସମ୍ଭାବନା ରହିଛି । ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି ।