ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆସନ୍ତାକାଲିଠୁ ପ୍ରବଳ ବର୍ଷାରେ ଭିଜିବ ସାରା ଓଡିଶା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତି ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୮ ତାରିଖରେ ୯ ଜିଲ୍ଲା ଏବଂ ୯ ତାରିଖରେ ୧୬ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏହାସହିତ ଆଇଏମଡିର ଆକଳନ ଅନୁଯାୟୀ, ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।