ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା । ଟ୍ରପଲାଇନ୍ ପ୍ରଭାବରେ ଘଡଘଡି ବିଜୁଳି ସାଙ୍ଗକୁ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ସହ ଘଡଘଡି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହି ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ,ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ ଓ ନୟାଗଡ । ଏହି ସବୁ ଜିଲ୍ଲାରେ ବର୍ଷା ସମୟରେ ୪୦ ରୁ ୫୦ କିମି ବେଗରେ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ପ୍ରବଳ ବର୍ଷା ଓ ବିଜୁଳି ଘଡଘଡି ପାଇଁ ଆସନ୍ତାକାଲି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।