ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତର ରୂପ ନେବ । ଏହାପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷୀଣ ଓଡିଶା ଦେଇ ଏହା ଗତି କରିବ । ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ପ୍ରବଳ ବର୍ଷା ନେଇ ୫ ଜିଲ୍ଲା ତଥା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଏବଂ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଉ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।