ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରୀ ନିଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷୀଣ ଓଡିଶା ଉପକୂଳରେ ଏକ ସଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।
ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆଜି ୧୧ ଟି ଜିଲ୍ଲା ଓ ୧୧ ତାରିଖରେ ୧୦ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବ । ସେଥିପାଇଁ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ବାରଣ କରାଯାଇଛି ।