ଭୁବନେଶ୍ୱର (ଏଟିଆର ବ୍ୟୁରୋ); ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଅବପାତର ରୂପ ନେଉଛି । ଏହାର ପ୍ରଭାବରେ ଉପକୂଳ ସମେତ ପାଶ୍ୱର୍ବର୍ତ୍ତି ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷୀଣ ଓଡିଶା ମଧ୍ୟଭାଗରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ଦୁଇ ଦିନ ଅର୍ଥାତ ଆଜି ଓ ଆସନ୍ତାକାଲି ସାରା ରାଜ୍ୟରେ ପ୍ରବଳ ବର୍ଷିବ । ମୁଖ୍ୟତଃ ଦକ୍ଷୀଣ ଓଡିଶାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୪ ତାରିଖ ଯାଏଁ ରାଜ୍ୟରେ ବର୍ଷା ଜାରି ରହିବ ।
ସେପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।