ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ବିଭିନ୍ନ ସ୍ଥାନରେ ହେଉଛି ତୁହାକୁ ତୁହା ବର୍ଷା । ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଉଛି କନ୍ଧମାଳ, ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ବୌଦ୍ଧ, ସୋନପୁର, ସମ୍ବଲପୁର, ନବରଙ୍ଗପୁର ଏବଂ ଗଞ୍ଜାମ ।
ସେହିପରି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।