ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହା ଓଡିଶା-ପଶ୍ଚିମବଙ୍ଗ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ରହିବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରାୟତଃ ସପ୍ତାହ ଯାଏଁ ବର୍ଷା ଲାଗି ରହିବ ବୋଲି ବରିଷ୍ଠ କୃଷି ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।
ସେହିପରି ରାଜ୍ୟରେ ଶୁକ୍ରବାର ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୦ ତାରିଖରେ ମଧ୍ୟ କିଛି ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ୧ ତାରିଖରୁ ବର୍ଷା ବଢିବ ।