ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଓ ତାର ଆଖପାଖ କ୍ଷେତ୍ରରେ ଲଘୁଚାପ ସୃଷ୍ଟି ହୋଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ରାଜ୍ୟରେ ଆଜିଠୁ ଆଗାମୀ ୪ ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି ।
ଓଡିଶାର ଅଧିକାଂଶ ଜିଲ୍ଲାରେ ସାମାନ୍ୟ ଓ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହାସହିତ ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି । ସେହିପରି ଆଜି ପାଇଁ ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜରା କରାଯାଇଛି ।
ଅନ୍ୟପଟେ ୨୮ ତାରିଖରେ ୧୩ ଟି ଜିଲ୍ଲାକୁ ଏବଂ ୨୯ ତାରିଖରେ ୧୮ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।