ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବର୍ଷ ବର୍ଷାର ପରିମାଣ କମ ରହିଛି । ତେବେ କିଛି ଦିନ ତଳେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ରାଜ୍ୟରେ କିଛି ପରିମାଣରେ ବର୍ଷା ହୋଇଥିଲା । ତେବେ ଲଘୁଚାପଟି ମଧ୍ୟପ୍ରଦେଶ ଆଡକୁ ଗତି କରିବା ଫଳରେ ରାଜ୍ୟରେ ଯଥେଷ୍ଟ ପରିମାଣର ବର୍ଷା ହୋଇନଥିଲା । ତେବେ ଆଜି ଆଉ ଏକ ଲଘୁଚାପ ଘନିବୁତ ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର -ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପଟି ସୃଷ୍ଟି ହୋଇଛି ।
ଏହାର ପ୍ରଭାବରେ ରାଜ୍ୟରେ ୪ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆସନ୍ତା ୨୪ଘଣ୍ଟା ପାଇଁ ୨ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ସକାଳ ୮ଟା ୩୦ ଯାଏ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ସବୁ ଜିଲ୍ଲା ଗୁଡିକ ହେଲା ଗଞ୍ଜାମ , ଦେବଗଡ, ପୁରୀ, ସମ୍ବଲପୁର, ଗଜପତି, କଳାହାଣ୍ଡି, ଜଗତସିଂହପୁର, କନ୍ଧମାଳ, ରାୟଗଡା ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ । ଏହାସହ ଲଘୁଚାପ କାରଣରୁ ସମୁଦ୍ର ଭିତରକୁ ମତ୍ସ୍ୟଜୀବିକୁ ଯିବା ପାଇଁ ବାରଣ କରାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024