ଭୁବନେଶ୍ୱର (ଏଟିଆର ବ୍ୟୁରୋ); ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଉତ୍ତର ବଙ୍ଗୋପସାଗରର ମଧ୍ୟଭାଗରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ୱେଲମାର୍କ ଲୋପ୍ରେସରରେ ପରିଣତ ହେବ । ପରବର୍ତ୍ତି ସମୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦକ୍ଷୀଣ ଓଡିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଓ ଛତିଶଗଡ ମୂହାଁ ହେବ ।
ଏହାର ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଜି ୨୨ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଥିବା ବେଳେ ୮ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି ।