ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୁଣି ଭିଜିବ ଓଡିଶା । ଆସନ୍ତା ୪୮ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡିକରେ ସ୍ୱଳ୍ୱରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପର୍ବାନୁମାନ କରାଯାଇଛି । ଉପକୂଳବର୍ତ୍ତୀ ଅଞ୍ଚଳରେ ୧୦ରୁ ୧୨ ମଧ୍ୟରେ ଟ୍ରାପଲାଇନ ସୃଷ୍ଟି ହେଉଥିବାରୁ ଉତ୍ତର ଓ ଉପକୂଳ ଓଡିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୬ତାରିଖରୁ ଲଘୁଚାପ ହେବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ।
ଏହାସହିତ ଆସନ୍ତା ୧୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆସନ୍ତା ୧୬ ତାରିଖ ଆଡକୁ ମଡେଲ ଗୁଡିକ ସଂଗଠିତ ହେବ ।