ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଅବପାତର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨ଦିନ ଯାଏଁ ବର୍ଷା ଲାଗି ରହିବ । ଏନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ସମେତ ୨୩ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେଥିମଧ୍ୟରୁ ୧୨ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ସୋମବାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିଲା । ଯାହା ଫଳରେ ଅନେକ ସ୍ଥାନ ଜଳବନ୍ଦୀରେ ରହିଥିଲା । ରାସ୍ତାଘାଟରେ ଲୋକଙ୍କ ଯିବା ଆସିବାରେ ସମସ୍ୟା ଉପୁଜିଥିଲା ।