ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ସେହିପରି ଆଜି ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲା ତଥା କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବରଗଡ, ବଲାଙ୍ଗୀର, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ,ଝାରସୁଗୁଡା, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୭ ତାରିଖରେ ୧୩ ଜିଲ୍ଲା ଏବଂ ୮ ତାରିଖରେ ୭ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।