ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ସୃଷ୍ଟ ଲଘୁଚାପ । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହେବ । ଏହାସହିତ ବାୟୁମଣ୍ଡଳର ତାରତମ୍ୟ ଯୋଗୁଁ ପ୍ରବାହିତ ହେଉଛି ପବନ । ସମୁଦ୍ର ଅଶାନ୍ତ ରହିଛି । ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ସେପଟେ ଗୋଟେ ଲଘୁଚାପ ନଯାଉଣୁ ଆଉ ଏକ ଲଘୁଚାପ ଆସିଲାନି । ଆସନ୍ତା ୧୬ ରୁ ୨୨ ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବନୁମାନ କରିଛି ପାଣିପାଗ କେନ୍ଦ୍ର ।