ଭୁବନେଶ୍ୱର (ଏଟିଆର ବ୍ୟୁରୋ):ଆଜିଠୁ ରାଜ୍ୟରେ ଆଉ ଏକ ଲଘୁଚାପ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣି ପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସୂଚନାନୁଯାୟୀ ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେଉଛି । ଯାହାର ପ୍ରଭାବରେ ଆଜିଠୁ ୨୬ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଏହାସହ ଦକ୍ଷିଣ ଓଡିଶାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ପରିମାଣର ବର୍ଷା ହେବ । ସେହି ସବୁ ଜିଲ୍ଲା ଗୁଡିକ ହେଲା, ବାଲେଶ୍ୱର , ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଯାଜପୁର, କଟକ,କେନ୍ଦୁଝର, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଓ ମୟୂରଭଞ୍ଜ ।
ତେବେ ଏହି ସବୁ ଜିଲ୍ଲାଗୁଡିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟରେ ଅଗଷ୍ଟ ମାସରେ ୨୭ପ୍ରତିଶତ ଅଧିକ ବର୍ଷା ହୋଇଛି ।