ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଦାନା ବାନ୍ଧିଛି ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ର ଏବଂ ଦକ୍ଷୀଣ ଓଡିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗରେ ପରିବର୍ତ୍ତନ ଆସିଛି । କିଛି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଆଉ କିଛି କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି ।
ସେହିପରି ମଙ୍ଗଳବାର ଦିନ ମଧ୍ୟ ରଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ । ମୁଖ୍ୟତ ୧୨ ଟି ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାପରେ ବୁଧବାର ବର୍ଷାର ପରିମାଣ କ୍ରମଶଃ କମିବ ବୋଲି ଅନୁମାନ କରାଯାଉଛି ।
ସୋମବାର ସନ୍ଧ୍ୟା ସୁଧାର ରାଜ୍ୟର ବିଭିନ୍ନ ସ୍ଥାନରେ ବଡ ଧରଣର ବର୍ଷା ହୋଇନାହିଁ । କିଛି କିଛି ସ୍ଥାନରେ ସାମାନ୍ୟ ବର୍ଷା ହୋଇଥିଲା । ସେହିପରି ମଙ୍ଗଳବାର ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି ।