ଭୁବନେଶ୍ୱର (ଏଟିଆର ବ୍ୟୁରୋ): ହୋଲିରେ ଭିଜିବ ଓଡିଶା । ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ।
ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ୭ ରୁ ୧୦ ତାରିଖ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି ।
ହୋଲି ଦିନ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ବର୍ଷା ହେବ । ସେହିପରି ୯ ଏବଂ ୧୦ ତାରିଖରେ ଆଭ୍ୟନ୍ତରୀଣ ଓ ଉପକୂଳ ଜିଲ୍ଲାରେ ବର୍ଷା ହେବ ।