ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଓଡିଶା ଉପକୂଳ ବଙ୍ଗୋପସାଗରରେ ସକ୍ରିୟ ରହିଛି ଗୁରୁଚାପ ବଳୟ । ଏହା ପ୍ରଭାବରେ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ । ଯାହାଫଳରେ ରାଜ୍ୟର କିଛି ସ୍ଥାନରେ ମେଘୁଆ ପାଗ ସହ ସାମାନ୍ୟ ବର୍ଷା ହେଉଛି । ଆସନ୍ତା ୧୦ ତାରିଖ ଯାଏଁ କିଛି ସ୍ଥାନରେ ଏଭଳି ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତା ୧୧ ତାରିଖ ବେଳକୁ ଦିନ ତାପମାତ୍ରା ସ୍ୱଭାବିକ ଠାରୁ ୨ ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି ।