ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ବର୍ଷା ସମ୍ଭାବନା । ଶୁକ୍ରବାରଠୁ ହୋଇପାରେ ବର୍ଷା । ଉପକୂଳ ଓଡିଶା ସମେତ କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହିତ ୨୧ ତାରିଖରୁ ଆରମ୍ଭ ହୋଇ ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ପଶ୍ଚିମାଝଡ ପ୍ରଭାବରେ ବର୍ଷା ହେବାକୁ ଥିବା ବେଳେ ୨୨ ରେ ଝାରସୁଗୁଡା, ବରଗଡ, କେନ୍ଦୁଝର, ସୁନ୍ଦରଗଡ, ମୟୂରଭଞ୍ଜ, ସମ୍ବଲପୁର ଓ ଦେବଗଡରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ସେହିପରି ୨୩ ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କେନ୍ଦୁଝର, ମୟୂରଭଞ୍ଜର କିଛି କିଛି ସ୍ଥାନରେ ବର୍ଷା ହେବାକୁ ଥିବା ବେଳେ ୨୪ ରେ ଉପକୂଳ ଓଡିଶା ସମେତ ରାୟଗଡା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ ।