ଭୁବନେଶ୍ୱର (ଏଟିଆର ବ୍ୟୁରୋ); ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଗତ ଦୁଇ ଦିନ ହେବ ଜାରି ରହିଛି ବର୍ଷା । ଆଗକୁ ରାଜ୍ୟରେ ଆହୁରୀ ୩ ଦିନ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗ ପୂର୍ବନୁମାନ ଅନୁଯାୟୀ ଆଜି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ୱର, ନୟାଗଡ, ଗଞ୍ଜାମ ଓ ଗଜପତିରେ ସାମାନ୍ୟ କାଁ ଭାଁ ବର୍ଷା ହୋଇପାରେ ।
ସେହିପରି ୧୮ ତାରିଖରେ ବାଲେଶ୍ୱର ଓ ମୟରଭଞ୍ଜେରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଆସନ୍ତା ୧୯ ତାରିଖରେ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଯାଜପର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ, ପୁରୀ, ଗଞ୍ଜାମ ଓ ଗଜପତିରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।