ଏଟିଆର ବ୍ୟୁରୋ: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଆଜି ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହି ସବୁ ଜିଲ୍ଲା ଗୁଡିକ ହେଉଛି ପୁରୀ. ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ,କନ୍ଧମାଳ, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର,ମୟୂରଭଞ୍ଜ, ଯାଜପୁର, କଟକ, ଝାରସୁଗୁଡା, ସମ୍ବଲପୁର, ବରଗଡ ଏବଂ ସୁନ୍ଦରଗଡ ।
୨୯ ଓ ୩୦ ରେ ଝାରସୁଗୁଡା, ବରଗଡ, ସୁନ୍ଦରଗଡ , ଦେବଗଡ ଓ କେନ୍ଦୁଝର ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।