ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୁଣି ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଆସନ୍ତା ୧୮ ତାରିଖରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ପୁଣି ହେବ । ୧୯ ଓ ୨୦ ତାରିଖ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ପୂର୍ବାନୁମାନ କରିଛନ୍ତି ।
ସେପଟେ ବଙ୍ଗୋପସାଗରରେ ଥିବା ଲଘୁଚାପ ଏବେ ପୂର୍ବ ମଧ୍ୟପ୍ରଦେଶ ଓ ନିକଟବର୍ତ୍ତି ଅଞ୍ଚଳ ଉପରେ ରହିଥିବା ବେଳେ ରାଜ୍ୟରେ ମୌସୁମୀ ମଧ୍ୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ବିଭିନ୍ନ ସ୍ଥାପରେ ବର୍ଷା ହୋଇଛି ।