ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଏବେଠୁ ତତଲା କରେଇରେ ଭାଜି ହେଉଛି ରାଜ୍ୟ । ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ପାଇଛି । ଉପକୂଳ ଓଡିଶାରେ ୧.୮ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ଆଭ୍ୟନ୍ତରୀଣ ଓଡିଶାରେ ଦିନ ତାପମାତ୍ରା ୨.୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇଛି । ଗତକାଲି ରାଜ୍ୟର ୧୨ ଟି ସ୍ଥାନରେ ୩୭ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଛି । ଏହାସହିତ ବଲାଙ୍ଗୀର ସବୁଠୁ ଉତ୍ତପ୍ତ ସହର ଭାବେ ହୋଇଥିବା ବେଳେ ଏଠାରେ ୩୮.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।
ଅନ୍ୟପଟେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରୁ ଆସୁଥିବା ଶୁଶ୍କ ଉତ୍ତପ୍ତ ବାୟୁ ପ୍ରଭାବରେ ଆହୁରୀ ୩ ରୁ ୪ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ପାଇବା ସହ ୧୬ ଏବଂ ୧୭ ତାରିଖରେ ରାଜ୍ୟର କିଛି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି ।