ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଆଗକୁ ଆହୁରି ବଢିବ ତାପମାତ୍ରା । ସ୍ୱଭାବିକଠୁ ୩ ରୁ ୫ ଡିଗ୍ରୀ ଏବଂ ୭ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ କେନ୍ଦ୍ର ସୂଚାନା ଦେଇଛି । ଅସହ୍ୟ ତାତି ସାଙ୍ଗକୁ ପ୍ରବଳ ଗୁଳୁଗୁଳିରେ କଲବଲ ହେବେ ଲୋକ ।
କିଛି ଜିଲ୍ଲାରେ ତାପମାତ୍ରା ୪୫ ଡିଗ୍ରୀ ପାର୍ ହୋଇପାରେ । ସେଥିପାଇଁ ୮ଟି ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ଏହାସହିତ ଦିନ ୧୧ ଟାରୁ ଅପରାହ୍ନ ୩ଟା ଯାଏଁ ପିକ୍ ପାୱର ଘୋଷଣା ହୋଇଛି । ଏହି ସମୟରେ କୌଣସି ଜରୁରୀ କାମ ନଥିଲେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।