ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଅସହ୍ୟ ଖରା ତାତିରୁ ମିଳିଲା ଆଶ୍ୱସ୍ତି । କମିଲା ଦିନ ତାପମାତ୍ରା । ପାଗରେ ଆସିଛି ପରିବର୍ତ୍ତନ । ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା କମିଛି । ଆସନ୍ତା ୬ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।
ଆସନ୍ତା ୬ ଦିନ ଯାଏଁ ରାଜ୍ୟରେ ଦିନ ତାପମାତ୍ରା ଅପେକ୍ଷାକୃତ କମ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଶନିବାର ରାତିରେ ଉପକୂଳ ଓଡିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।