ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦକ୍ଷୀଣପୂର୍ବ ବଙ୍ଗୋପସାଗର ଓ ତାର ଆଖପାଖ ଅଞ୍ଚଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାଫଳରେ ବଙ୍ଗୋପସାଗରରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ରାଜ୍ୟର କେତକ ଜିଲ୍ଲାରେ ଆସନ୍ତା ୨୯ ତାରିଖରୁ ୩୧ ମଧ୍ୟରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମୁଖ୍ୟତଃ ଗଞ୍ଜାମ, ଗଜପତି, ନୟାଗଡ, ପୁରୀ, କୋରାପୁରୀ ଜିଲ୍ଲାର ଗୋଟେ ଦୁଇଟି ସ୍ଥାନରେ ଘଡଘଡି ସାଙ୍ଗକୁ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଭ୍ୟନ୍ତରୀଣ ଓଡିଶାର ଅନେକ ସ୍ଥାନରେ ପାଗ ଶୁଖିଲା ରହିବ ।