ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଆଜିଠୁ ପୁଣି ତାପମାତ୍ରା ଉପରମୁହାଁ ହେବ । ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ ରୁ ୫ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ବାତ୍ୟା ରେମାଲ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ ଆଜିଠୁ ପୁଣି ତାପମାତ୍ରା ବୃଦ୍ଧି ହେବ । ଅନ୍ୟପଟେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ଥିବାରୁ ଗୁଳୁଗୁଳି ଅନୁଭୂତ ହେବ ।