ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିବା ସହ ପାଣିପାଗରେ ବଡଧରଣର ପରିବର୍ତ୍ତିନ ପରିଲକ୍ଷିତ ହେବ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । କିଛି ସ୍ଥାନରେ ପବନର ବେଗ ୩୦ରୁ ୪୦ କିଲୋମିଟର ବହିବାର ମଧ୍ୟ ସମ୍ଭାବନା ରହିଛି । ତେବେ ଏହିଭଳି ପାଗ ଆହୁରି ୪୮ ଘଣ୍ଟା ଧରି ରହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଉତ୍ତର ଓ ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ଝଡ ବର୍ଷା ହେବା ସହ ବଜ୍ରପାତର ମଧ୍ୟ ସମ୍ଭାବନା ରହିଛି ।
କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘୂର୍ଣ୍ଣିଝଡ଼ ହୋଇପାରେ । ସେହିପରି ଅନୁଗୁଳ , କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଆଦି ଜିଲ୍ଲାରେ କୁଆପଥର ପଡିବାର ଆଶଙ୍କା ରହିଛି । ତେବେ ଗତକାଲି ଅର୍ଥାତ ୭ ତାରିଖରେ ବି ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ସମ୍ଭାବନା ରହିଛି । ଅନ୍ୟପଟେ ୮ ତାରିଖ ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ଝଡ଼ବର୍ଷା ହେବାର ଆଶଙ୍କା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।